ନ୍ୟୁଜ ଡେକ୍ସ: ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ସତର୍କତା । ଆସନ୍ତାକାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।
ଅନ୍ୟପଟେ, ବିଜୁଳି ଘଡ଼ଘଡ଼ି ବର୍ଷା ସହ ଅନେକ ସ୍ଥାନରେ ପବନର ବେଗ ୪୦-୫୦ କିମି ରହିବା ଓ କୁଆପଥର ମାଡ଼ ନେଇ ମଧ୍ୟ ପାଗ ଅନୁକୂଳ ରହିଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି।ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ମଧ୍ୟମ ଧରଣର ବର୍ଷାସହ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୮ ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁର। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ଝଡବର୍ଷା ସହ କୁଆପଥର ବୃଷ୍ଟି ନେଇ ଚେତାବନୀ ମଧ୍ଯ ଜାରି ରହିଛି। ଶୁକ୍ରବାର (୨୧ ଫେବ୍ରୁଆରୀ) ସକାଳ ସାଢ଼େ ୮ଟାରୁ ଶନିବାର (୨୨ ଫେବ୍ରୁଆରୀ) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ ବିଜୁଳି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
