Fri. Oct 24th, 2025

ନ୍ୟୁଜ ଡେକ୍ସ : ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ବଦଳିଲା ନିୟମ। ଏଣିକି ନିଜ ବିଷୟ ବସ୍ତୁ ସହ ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ। ଏନେଇ ବିଧାନସଭାରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ବିଧାନସଭାରେ ପ୍ରାଥମିକ ବିଦ୍ୟାଳୟ ଠାରୁ ଆରମ୍ଭ କରି ଉଚ୍ଚ ବିଦ୍ୟାଳୟ ଗୁଡ଼ିକରେ ଧାର୍ମିକ, ନୈତିକ ଓ ବୌଦ୍ଧିକ ବିଚାରର ବିକାଶ ପାଇଁ ଶ୍ରୀମଦ ଭଗବତ ଗୀତାର ପଠନ ଓ ମହତ୍ତ୍ବର ଚର୍ଚ୍ଚା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ବୋଲି ପ୍ରଶ୍ନ କରିଥିଲେ ବିଧାୟକ ସିତାଂଶୁ ଶେଖର ମହାପାତ୍ର ।

ଯାହର ଉତ୍ତରରେ ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ବିଦ୍ୟାଳୟରେ ଭଗବତ ଗୀତାର ଶ୍ଲୋକ ଗାନ କରିବେ ଛାତ୍ରଛାତ୍ରୀ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Leave a Reply

Your email address will not be published. Required fields are marked *