ନ୍ୟୁଜ ଡେକ୍ସ: ବିଶ୍ବସ୍ତରରେ ପହଞ୍ଚିବ ବିଶ୍ବ ନିୟନ୍ତାଙ୍କ ଘୋଷଯାତ୍ରା । ୟୁନେସ୍କୋ (UNESCO)ଦ୍ବାରା ବିଶ୍ବ ସାଂସ୍କୃତିକ ଐତିହ୍ୟ (Intangible Cultural Heritage) ମାନ୍ୟତା ପ୍ରଦାନ ନେଇ ପ୍ରକ୍ରିୟା ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ ।
ଖୁବ ଶୀଘ୍ର ନାମାଙ୍କନ ପତ୍ର ଦାଖଲ ହେବ । ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢୀ ଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏନେଇ ଆଲୋଚନା କରିଥିଲେ ।
ରଥଯାତ୍ରା ଭଳି ମହାର୍ଘ୍ୟ ବୈଶ୍ୱିକ ଯାତ୍ରାର ମହାନତା ଉପଲବ୍ଧି କରି କର୍ତ୍ତୃପକ୍ଷ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବେ ବୋଲି ପ୍ରଶାସନ ଆଶା ରଖିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
