Thu. Oct 23rd, 2025

ନ୍ୟୁଜ ଡେକ୍ସ: ଗତକାଲି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ବିମାନରେ ଆସି ଅପରାହ୍ନ ସାଢ଼େ ୪ଟାରେ ବିମାନବନ୍ଦରରେ ଓହ୍ଲାଇଥିଲେ। ଏହାପରେ ସେ ବିମାନବନ୍ଦରରୁ ସିଧା ନୀଳାଦ୍ରିବିହାରକୁ ଯାଇ ସେଠାରେ ଥିବା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ । ଏହାପରେ ଆଦିବାସୀଙ୍କ ପୂଜାସ୍ଥଳୀ ‘ଆଦିମ ଅୱାର ଜାର୍ପା ଜାହେର’କୁ ଯାଇ ଦର୍ଶନ କରିଛନ୍ତି ।

ଜଳ, ସ୍ଥଳ ଓ ଆକାଶ ପଥରେ ଜଲୱା ଦେଖାଇବେ ନୌସେନାର ଯବାନ। ଏହି କାର୍ଯ୍ୟକ୍ରମରେ ୧୫ଟି ଯୁଦ୍ଧ ଜାହାଜ, ଓ ୪୦ ଏୟାରକ୍ରାଫ୍ଟ୍ ସାମିଲ ହୋଇ ଯୁଦ୍ଧକୌଶଳ ଦେଖାଇବେ। INS ଜଲସା, ମିଶାଇଲ୍ ଡେଷ୍ଟ୍ରୋୟର INS ଦିଲ୍ଲୀ, INS ଶକ୍ତି, INS ସର୍ୟୁ, INS ଅରିହନ୍ତ, INS ସାତପୁରା ପ୍ରମୁଖ ନେଭି ଡେ ଉତ୍ସବରେ ସାମିଲ ହୋଇ ପରାକ୍ରମ ଦେଖାଇବେ। ସେହିପରି ହକ୍, ସି-କିଙ୍ଗ, ମିଗ୍-29 ଭଳି ଫାଇଟର ଜେଟ୍ ଓ ଚେତକ, MS-60 ହେଲିକପ୍ଟର ଦେଖାଇବେ ନୌସେନାର ବୀରତ୍ୱ। ଆଜି ଅପରାହ୍ଣ ୪ଟା ୦୭ରୁ ୫ଟା ୨୪ ପର୍ଯ୍ୟନ୍ତ ଚାଲିବ ନୌସେନାର ଆଖିଝଲସା ସମରକୌଶଳ ପ୍ରଦର୍ଶନ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଥିରେ ମୁଖ୍ୟ ଅତିଥି ହେବେ।

ପ୍ରଥମ ଥର ପାଇଁ ଓଡ଼ିଶାରେ ଏତେ ବଡ଼ କାର୍ଯ୍ୟକ୍ରମ ହେଉଥିବାରୁ ଲୋକଙ୍କ ଭିତରେ ଉତ୍ସାହ ଖୁବ୍ ଅଧିକ ରହିଛି। ଉଦ୍ଭାବନ ଓ ସ୍ୱଦେଶୀକରଣ ଦ୍ୱାରା ଶକ୍ତି ଓ ସାମର୍ଥ୍ୟ ହେଉଛି ଏଥର ନୌସେନା ଦିବସର ଥିମ୍। ନୌସେନା ଦିବସ ପାଳନ ନେଇ ପୁରୀରେ ସୁରକ୍ଷାକୁ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଜି ନୌସେନା ଦିବସ ଦେଖିବାକୁ ସମସ୍ତ ବିଧାୟକ ବସରେ ପୁରୀ ଯିବେ ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *