Thu. Oct 23rd, 2025

ନ୍ୟୁଜ ଡେକ୍ସ : ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ ।ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି ।୭ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜରେ ଅଧିକ ବର୍ଷା ହୋଇପାରେ। ୮ ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ୯ ତାରିଖରେ ବି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି । ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ ।

Leave a Reply

Your email address will not be published. Required fields are marked *