ନ୍ୟୁଜ ଡେକ୍ସ: ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହି ଗୁପ୍ତସେବା ନୀତି ପାଇଁ ଦୀର୍ଘ ୫ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଆସନ୍ତା କାଲି ଅର୍ଥାତ୍ ବୁଧବାର ଅପରାହ୍ନ ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ।ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ସମ୍ପନ୍ନ ପରେ ପୁନର୍ବାର ମହାପ୍ରଭୁଙ୍କର ଦର୍ଶନ ଆରମ୍ଭ ହେବ।
