Fri. Apr 17th, 2026

ନ୍ୟୁଜ ଡେକ୍ସ: ଭିଜିଲାନ୍ସ ଜାଲରେ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ । ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟଯୋଶୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି ।

ଏକାସାଙ୍ଗେ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି। ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ସରକାରୀ କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ପୈତୃକ ଗ୍ରାମ ସୋରଡ଼ାର ୩ଟି ଘରେ ଭିଜିଲାନ୍ସ ଛାନଭିନ୍‌‌ କରୁଛି।

ଏହାସହିତ ଭୁବନେଶ୍ୱର ବାସଭବନ ଓ ବ୍ରହ୍ମପୁରରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରୁଛି। କଟକରୁ ଆସିଥିବା ଭିଜିଲାନ୍ସର ୨ଟି ଟିମ୍‌‌ ଚଢ଼ାଉରେ ସାମିଲ ହୋଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *