Thu. Oct 23rd, 2025

ନ୍ୟୁଜ ଡେକ୍ସ : ଭିଜିଲାନ୍ସ ଜାଲରେ ବୌଦ୍ଧ MVI । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ । ଏକାସାଙ୍ଗ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ବର୍ତ୍ତମାନ ଯାଏଁ ଅନେକ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।

ସୂଚନାମୁତାବକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏହି ଚଢାଉରେ ଭିଜିଲାନ୍ସର ୪ ଡିଏସ୍‌ପିଙ୍କ ସହ ୭ ଜଣ ଇନ୍‌ସିପେକ୍ଟର ସାମିଲ ରହିଛନ୍ତି ।

ବାରିପଦା ଘର, ବୌଦ୍ଧ ଭଡ଼ା ଘର ଓ RTO ଅଫିସ୍‌, ମୟୂରଭଞ୍ଜ ଖୁଣ୍ଟା ପୈତୃକ ଘର, ବାରିପଦା ସହଯୋଗୀଙ୍କ ଘର ଓ ଭୁବନେଶ୍ବର ପାଣ୍ଡରାରେ ଝିଅ ରହୁଥିବା ଫ୍ଲାଟ୍‌ରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌ । ବର୍ତ୍ତମାନ ଯାଏଁ ଚଢାଉରେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସଠିକ୍‌ ସୂଚନା ମିଳିନାହିଁ ।

Leave a Reply

Your email address will not be published. Required fields are marked *