Fri. Oct 24th, 2025
Screenshot

ନ୍ୟୁଜ ଡେକ୍ସ: ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କରାଗଲା ଭବ୍ୟ ସ୍ବାଗତ। କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ନେତା, କର୍ମୀ ଉପସ୍ଥିତ ରହିଥିଲେ।

କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ୪ ହଜାର କୋଟିର ୧୯ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ।କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ଯିବେ। କଟକରୁ କାର୍ଯ୍ୟକ୍ରମ ସାରି ଅପରାହ୍ଣ ୩ଟାରେ ବରମୁଣ୍ଡା ପଡ଼ିଆରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ପରେ ଏନ୍‌ଏଚ୍‌ଏଆଇ କାର୍ଯ୍ୟାଳୟରେ ପ୍ରକଳ୍ପ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ.ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳନ କରିବ। ସୂଚନା ଅନୁଯାଇ, ଦିନ ୧୧ଟାରେ କଟକ ଯାଇ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତାମାଳାରେ ସାମିଲ ହେବେ । ‘ଭିତ୍ତିଭୂମି ବିକାଶ ଏବଂ ଓଡ଼ିଶା’ ଉପରେ ସେ ନିଜର ବକ୍ତବ୍ୟ ରଖିବେ ।

ମହତାବଙ୍କ ୧୨୫ତମ ଜନ୍ମ ଶତବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ ହେଉଛି । ଅପରାହ୍ନରେ ଗଡ଼କରୀ ଭୁବନେଶ୍ୱର ଫେରିବେ । ଦିନ ୨ଟା ବେଳକୁ ମଞ୍ଚେଶ୍ୱରରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନରେ ଯିବେ । ଅପରାହ୍ନ ୩ଟା ବେଳକୁ ହୋଟେଲ ମେ ଫେୟାରରେ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ ।

ସାଢ଼େ ୪ଟା ବେଳକୁ ବରମୁଣ୍ଡା ପଡ଼ିଆରୁ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ । ୮୦୦ କୋଟି ଟଙ୍କା ବ୍ୟୟରେ ହୋଇଥିବା ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିବେ । ତାଳଚେରରୁ କାମାକ୍ଷନଗର ଯାଏ ହୋଇଥିବା ୪ ଲେନ୍ ରାସ୍ତା ପ୍ରକଳ୍ପକୁ ସେ ରାଜ୍ୟ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିବେ । ଏନଏଚ-୧୪୯ ଓ ୫୩ରେ ତିଆରି ହୋଇଥିବା ଏହି ପ୍ରକଳ୍ପରେ ୭୯୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି ।

Screenshot

Leave a Reply

Your email address will not be published. Required fields are marked *