Thu. Apr 16th, 2026

ନ୍ୟୁଜ ଡେକ୍ସ: ବାରବାଟୀରେ ରବିବାର ଖେଳାଯିବାକୁ ଥିବା ଦିନିକିଆ କ୍ରିକେଟ ମ୍ୟାଚ ପାଇଁ ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଇଣ୍ଡିଆ ଓ ଇଂଲଣ୍ଡ ଖେଳାଳି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ଉଭୟ ଦେଶର ଖେଳାଳି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଆସି ପହଞ୍ଚିଛନ୍ତି। ସେଠାରୁ ସେମାନଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱରର ମେ’ ଫେୟାର ହୋଟେଲକୁ ନିଆଯାଇଛି।

ତେବେ ଭାରତୀୟ ଖେଳାଳିଙ୍କ ଟିକିଏ ଝଲକ ପାଇବା ପାଇଁ ବିମାନବନ୍ଦରରେ ପ୍ରଶଂସକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଖେଳାଳି ପହଞ୍ଚିବା ପରେ ପାରମ୍ପରିକ ନୃତ୍ୟବାଦ୍ୟରେ ଭବ୍ୟ ସ୍ୱାଗତ କରାଯାଇଛି । କେବଳ ବିମାନବନ୍ଦର ନୁହେଁ ହୋଟେଲ ବାହାରେ ମଧ୍ୟ ବହୁ କ୍ରିକେଟ୍‌ ଫ୍ୟାନ୍‌ ଖେଳାଳିଙ୍କୁ ଦେଖିବା ପାଇଁ ଅପେକ୍ଷା କରି ରହିଥିଲେ। ତେବେ ଏଥିପାଇଁ ପୂର୍ବରୁ ପ୍ରସ୍ତୁତ ରହିଥିବା ବେଳେ ଭିଡ ନିୟନ୍ତ୍ରଣ କରିଥିଲା କମିଶନରେଟ ପୋଲିସ । ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଥମ ବସ୍ ରେ ଟିମ୍ ଇଣ୍ଡିଆ ଯାଉଥିବା ବେଳେ ପଛ ବସ୍ ରେ ଇଂଲଣ୍ଡ ଖେଳାଳିମାନେ ଆସିଥିଲେ।

ଏହା ପୂର୍ବରୁ କମିଶନରେଟ୍ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର କଡ଼ା ଯାଞ୍ଚ କରାଯାଇଥିଲା। ବିଶେଷକରି ଖେଳାଳିଙ୍କ ସୁରକ୍ଷାକୁ ବିଶେଷ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ଖେଳାଳିମାନେ ଭୁବନେଶ୍ୱରରୁ କଟକ ଯିବାବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହିକାମରେ ମୋଟ ୫୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି ବୋଲି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *