Mon. Dec 23rd, 2024

ନ୍ୟୁଜ ଡେକ୍ସ: ସୋମବାର ଦିନ ନୂଆଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ତର ‘ସଂଘାତିକ ସ୍ତର’ରେ ପହଞ୍ଚିଛି। ଏହି କାରଣରୁ ସହରରେ ପ୍ରଦୂଷଣ ନିୟନ୍ତ୍ରଣ ପଦକ୍ଷେପ କାର୍ଯ୍ୟକାରୀ ହେବାପରେ ଦଶମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ସମସ୍ତ ଶ୍ରେଣୀକୁ ଅନଲାଇନରେ ପାଠପଢ଼ା ପାଇଁ ନିର୍ଦ୍ଦେଶ ମିଳିଛି। କେବଳ ସେତିକି ନୁହେଁ; ପ୍ରଦୂଷିତ ଯାନ ଏବଂ କାର୍ଯ୍ୟକଳାପ ଉପରେ ମଧ୍ୟ କଡ଼‌ା ପ୍ରତିବନ୍ଧକ ଲଗାଯାଇଛି।

ବାୟୁର ମାନ ସିଭିୟର୍ ପ୍ଲସ୍ ବା ଅତି ଖରାପ ବର୍ଗରେ ପହଁଞ୍ଚିଛି। ରେକର୍ଡ ଭାଙ୍ଗିଛି AQI। ଆଜି ସକାଳୁ ଦିଲ୍ଲୀରେ ବାୟୁର ମାନ ୪୮୦ ଉପରେ ଥିବା ରେକର୍ଡ କରାଯାଇଛି। ଫଳରେ ମୁକାବିଲା ପାଇଁ ଆଜିଠୁ ସକାଳ ୮ଟାରୁ ଦିଲ୍ଲୀ-ଏନସିଆରରେ ଗ୍ରେଡେଡ୍ ରେସପନ୍ସ ଆକ୍ସନ ପ୍ଲାନ୍-୪ ଲାଗୁ ହୋଇଛି | BS-4 କିମ୍ବା ତାଠୁ କମ୍ ମାନକ ଡିଜେଲ ଚାଳିତ ମିଡିୟମ୍ ଗୁଡସ୍ ଭେଇକିଲ୍ ଓ ହେଭି ଗୁଡସ୍ ଭେଇକିଲ୍ ଉପରେ ପ୍ରତିବନ୍ଧକ ରହିବ। ଏଥିପାଇଁ ବିଭିନ୍ନ ଏଣ୍ଟ୍ରି ପଏଣ୍ଟରେ ଗତ ରାତିରୁ ଚେକିଂକୁ କଡ଼ାକଡ଼ା କରାଯାଇଛି। ଦିଲ୍ଲୀ-ଏନସିଆରରେ ସମସ୍ତ ନିର୍ମାଣ ଓ ଭଙ୍ଗା କାର୍ଯ୍ୟ ବନ୍ଦ ରହିବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀକୁ ଛାଡ଼ି ବାକି ସମସ୍ତ କ୍ଲାସ ଅନିର୍ଦ୍ଦିଷ୍ଟ କାଳ ଯାଏ ବନ୍ଦ ରହିବ।

ଅନଲାଇନ୍ କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି। ସରକାରୀ ଓ ବେସରକାରୀ ଅଫିସ ୫୦ ପ୍ରତିଶତ କର୍ମଚାରୀରେ କାମ କରିବା ସହ ଅନ୍ୟମାନେ ୱାର୍କ ଫ୍ରମ୍ ହୋମ୍ କରିବାକୁ କୁହାଯାଇଛି। କେନ୍ଦ୍ର ସରକାରୀ କର୍ମଚାରୀ ୱର୍କ ଫ୍ରମ ହୋମ କରିବା ଉପରେ ନିଷ୍ପତ୍ତି ନେବାକୁ କୁହାଯାଇଛି। ଏଥିସହ ଦିଲ୍ଲୀରେ ଅଡ୍ ଇଭିନ୍ ନମ୍ବର ଗାଡି ଚଳାଚଳ ପାଇଁ କୁହାଯାଇଛି। ଶିଶୁ, ବରିଷ୍ଠ ନାଗରିକ ଏବଂ ହୃଦରୋଗ ଓ ଶ୍ୱାସ ଜନିତ ସମସ୍ୟା ଥିବା ରୋଗୀଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *