ନ୍ୟୁଜ ଡେକ୍ସ : ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗ୍ରାମରେ ଅଘଟଣ । ଉକ୍ତ ଗ୍ରାମରେ ଥିବା ଉଚ୍ଚ ବିଦ୍ୟାଳୟରେ ଝିଟିପିଟି ପଡିଥିବା ମଧ୍ୟାହ୍ନଭୋଜନ ଖାଇବା ପରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳିଖୁଣ୍ଟି ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇଛନ୍ତି ।ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଟିଟିଲାଗଡ଼ ଉପଖଣ୍ଡ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।
ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇବା ପରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହେବାରୁ ତାଙ୍କୁ ଟିଟିଲାଗଡ଼ ଡାକ୍ତରଖାନାକୁ ନିଆଯାଇଥିଲା । ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡ଼ିଥିବାରୁ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଜଣାପଡିଛି । ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ ତୁରନ୍ତ ମେଡିକାଲକୁ ନିଆଯାଇଥିଲା । ଶିକ୍ଷା ବିଭାଗର ଅଧିକାରୀ ଏହି ଘଟଣାକୁ ନେଇ ତଦନ୍ତ କରୁଥିବା ଜଣାପଡିଛି ।
