Sat. Feb 21st, 2026

ନ୍ୟୁଜ ଡେକ୍ସ: ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଏନେଇ ଚିନ୍ତା କରୁଛନ୍ତି ସରକାର। ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ସରକାର ଯୋଜନା କରୁଛନ୍ତି। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏନେଇ ସୂଚନା ଦେଇଛନ୍ତି। ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି।

ଏହାସହ ମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ। ଅର୍ଥନୈତିକ ବିକାଶ ଓ ଅର୍ଥନୈତିକକୁ ସୁଧାର କରିବା ପାଇଁ ସରକାର ଏପରି ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଓଡିଶାରେ ବିକାଶ ହେବ ଗ୍ରାମାଞ୍ଚଳର ବିକାଶ ହେବ।ସେହିପରି ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ପିଲାଙ୍କୁ ୨୦୦ ଗ୍ରାମର କ୍ଷୀର ଦେବାର କାଲି ଶୁଭାରମ୍ଭ ହୋଇଛି । ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି।

ଏଥିପାଇଁ ପ୍ରାୟ ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ, ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଯୋଜନାରେ ପିଲା ମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ବୋଲି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *