Thu. Oct 23rd, 2025

ନ୍ୟୁଜ ଡେକ୍ସ : ପ୍ରଧାନମନ୍ତ୍ରୀଙ୍କ ୧୨୫ତମ ମନ୍ କି ବାତ୍ କାର୍ଯ୍ୟକ୍ରମ । ଓଡ଼ିଆ ଝିଅ ତଥା ଜାତୀୟ କାନୋଇଂ ଖେଳାଳି ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶ୍ରୀନଗରରେ ଆୟୋଜିତ ୱାଟର ସ୍ପୋର୍ଟସରେ ଭାଗ ନେଇଥିବା ରଶ୍ମିତାଙ୍କୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି ।

ଆଜି ପ୍ରଧାନମନ୍ତ୍ରୀ ଓଡିଆ ଝିଅ ରଶ୍ମିତା ସାହୁଙ୍କ ସହିତ କଥା ହୋଇ ତାଙ୍କର ଉଚ୍ଚ ପ୍ରଶଂସା କରିଥିଲେ। ରଶ୍ମିତା ନିକଟରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ କାନୋଇଙ୍ଗ୍ (ଜଳକ୍ରୀଡା) ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଦୁଇଟି ସ୍ୱର୍ଣ୍ଣ ପଦକ ପାଇଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚନ୍ଦ୍ରଶେଖରପୁର ଶିଶୁ ବିହାରରେ ସ୍ଥାନୀୟ ଲୋକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଶୁଣିଛନ୍ତି ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳରେ ଦୀର୍ଘ ଆଠ ବର୍ଷ ଧରି ରହିଥିଲେ । ସ୍ଥାନୀୟ ଲୋକ ଓ ପିଲାମାନେ ମୁଖ୍ୟମନ୍ତ୍ରୀଙ୍କୁ ଅତି ପାଖରୁ ପାଇ ଖୁବ୍ ଖୁସି ଓ ଉତ୍ସାହିତ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ସ୍ଥାନୀୟ ଲୋକଙ୍କ ସହିତ ‘ମନ୍ କି ବାତ୍’ ଶୁଣିବା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି କାର୍ଯ୍ୟକ୍ରମ କୋଟି କୋଟି ଲୋକଙ୍କ ପାଇଁ ଅସରନ୍ତି ପ୍ରେରଣାର ଉତ୍ସ ହୋଇପାରିଛି ।

Leave a Reply

Your email address will not be published. Required fields are marked *