Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆଜି ସକାଳୁ ସକାଳୁ ମହାପ୍ରଭୁଙ୍କର ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ପୁରୀ ଶ୍ରୀମନ୍ଦିରରେ ଆଜି ମହାସ୍ନାନ ହୋଇଛି ।ସକାଳ ୬ .୫୦ ସମୟରେ ମଙ୍ଗଳ ଆଳତୀ ପରେ ମଇଲମ ଚାଲିଥିବା ଅବସ୍ଥାରେ ପାଳିଆ ସେବକଙ୍କୁ ସେବାୟତ ଛୁଇଁଦେବା କାରଣରୁ ଏହି ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି।

ମଇଲମ ନୀତି ଚାଲୁଥିବା ବେଳେ ସେବାୟତ ଆସି ଛୁଇଁ ଦେଇଥିଲେ। ତେବେ ମହାପ୍ରଭୁଙ୍କର ମହାସ୍ନାନ ନୀତି ପାଇଁ ୧ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଛି। ମହାସ୍ନାନ ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କର ଦର୍ଶନ କରିପାରିବେ ଭକ୍ତ।

ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ କେହି ଭକ୍ତ , ସେବାୟତ ଅବା ଯେକିହି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବସତ ଶରୀରରୁ ରକ୍ତ ପଡିଲେ, ବାନ୍ତି କରିଦେଲେ ଏବଂ ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ମହାପ୍ରଭୁଙ୍କର ବଡ଼ ମହାସ୍ନାନ କରାଯାଇଥାଏ ।

Leave a Reply

Your email address will not be published. Required fields are marked *