Thu. Oct 23rd, 2025

ନ୍ୟୁଜ ଡେକ୍ସ: ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ପଦକ୍ଷେପ। ଚଳିତ ବର୍ଷ ଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ। ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାକୁ ମୋବାଇଲ କ୍ୟାମେରା କିମ୍ବା ସ୍କାନରରେ ଫଟୋ ଉଠାଇଲେ ସେହି ୱାଟର ମାର୍କ ଆସିଯିବ।

ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଚଳିତ ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ନମ୍ବରିଂ ବ୍ୟବସ୍ଥା କରାଯିବ । ପ୍ରଶ୍ନପତ୍ରକୁ ନମ୍ବରିଂ କରାଯିବା ସହ ଏଥିରେ ୱାଟର ମାର୍କ ଲାଗିବ । ବାର୍ କୋର୍ଡ ସହ ସିକ୍ୟୁରିଟି କୋର୍ଡ ମଧ୍ୟ ରହିବ । ଫଳରେ ପ୍ରଶ୍ନପତ୍ର କେଉଁଠୁ ଭାଇରାଲ୍‌ ହୋଇଛି ତାହା ଜଣାପଡ଼ିବ ।ତେବେ ଚଳିତ ମାଟ୍ରିକ୍‌ ପରୀକ୍ଷା-୨୦୨୫ ଆସନ୍ତା ଫେବୃଆରୀ ୨୧ ତାରିଖ ଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ ।

ତେଣୁ ପ୍ରଶ୍ନପତ୍ର ଯଦି ଭାଇରାଲ ହେଲା ତେବେ ତାହା କେଉଁ ସେଣ୍ଟରରୁ ଏବଂ କେଉଁ ପରୀକ୍ଷାର୍ଥୀଙ୍କର ତାହା ଜଣାପଡିବ ଅତି ସହଜ ହେବ। ତେଣୁ ଏହି ୱାଟର ମାର୍କ ବ୍ୟବସ୍ଥା ଦ୍ୱାରା ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ପ୍ରତିହତ ହୋଇ ପାରିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *