ନ୍ୟୁଜ ଡେକ୍ସ: ୨୦୨୫ ମସିହା ମାର୍ଚ୍ଚ ମାସରେ ଓଡ଼ିଶା ସରକାର ସୁଭଦ୍ରା ଯୋଜନା ଅଧୀନରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଜାନୁଆରୀରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପାଇବେ ବଣ୍ଡା ହିତାଧିକାରୀ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଡିସେମ୍ୱର ୨୧ ତାରିଖରେ ଘୋଷଣା କରିଥିଲେ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟର ତିନୋଟି କିସ୍ତିରେ ୮୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଉପକୃତ ହୋଇଛନ୍ତି ।
ଆଗକୁ ଚତୁର୍ଥ ପର୍ଯ୍ୟାୟରେ ମୋଟ ୨୦ ଲକ୍ଷ ଆବେଦନକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବାକୁ ଲକ୍ଷ ରଖାଯାଇଛି । ଏଥି ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି । ଜମିକୁ ନେଇ କାଗଜପତ୍ର ଯାଞ୍ଚ ପରେ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ଯୋଜନାର ଲାଭ ଉଠାଇ ପାରିବେ ।

