Thu. Oct 23rd, 2025

ନ୍ୟୁଜ ଡେକ୍ସ : ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଓ ଭଉଣୀଙ୍କ ଅତୁଟ ବନ୍ଧନର ସାକ୍ଷୀ ‘ରାକ୍ଷୀ’ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଛାତ୍ରୀମାନେ ରାକ୍ଷୀ ବାନ୍ଧିଛନ୍ତି । କୋରାପୁଟ ଜିଲ୍ଲା ଜୟପୁରସ୍ଥିତ ଅରବିନ୍ଦ ନଗରର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ।

ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଏହି ଅବସରରେ ଉପସ୍ଥିତ ଥିବା ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତି ପରିଡାଙ୍କ ହାତରେ ମଧ୍ୟ ରାକ୍ଷୀ ବାନ୍ଧିଛନ୍ତି ଏହି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ମାନେ । ଅନ୍ୟପକ୍ଷେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସମ‌ସ୍ତେ ରାକ୍ଷୀ ବାନ୍ଧିବାର କାର୍ଯ୍ୟକ୍ରମ ସଂପୂର୍ଣ୍ଣ ନିଆରା ।

ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମ ସରକାର କାର୍ଯ୍ୟ କରୁଛି। ବିକଶିତ ଭାରତ ଗଠନରେ ଓଡ଼ିଶା ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବ । ସମାଜର ୪ଟି ବର୍ଗର ବ୍ୟକ୍ତିମାନଙ୍କ ପାଇଁ ବିଶେଷ କାମ କରୁଛନ୍ତି । ଓଡ଼ିଶାର ଦକ୍ଷିଣାଞ୍ଚଳରେ ଜୟପୁରରେ ସରକାରଙ୍କ ଯୋଜନା ପହଞ୍ଚାଇବା ଆମର ଲକ୍ଷ୍ୟ ।

Leave a Reply

Your email address will not be published. Required fields are marked *