ନ୍ୟୁଜ ଡେକ୍ସ: ଆସନ୍ତା ୧୮ ଓ ୧୯ରେ ମୁମ୍ବାଇରେ ଓଡ଼ିଶା ସରକାର ଆୟୋଜନ କରିବାକୁ ଯାଉଛନ୍ତି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସମେତ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ। ମୁମ୍ବାଇରେ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ରାଜ୍ୟର ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ।
ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ। ଏଥିସହିତ ୧୮ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଇଣ୍ଡିଆ କେମ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମିଲ ହେବେ, ଯାହାକୁ କି କେନ୍ଦ୍ର ରସାୟନ ମନ୍ତ୍ରୀ ଜେପି ନଡ୍ଡା ଉଦଘାଟନ କରିବେ। ପାରାଦୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାର ୧୯ ତାରିଖରେ ୩୦୦ରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ।
ଅନ୍ୟପକ୍ଷରେ କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି, ଯାହାର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ। ପ୍ରସ୍ତାବିତ ମେଗା ଷ୍ଟିଲ୍ ପ୍ଳାଣ୍ଟ ଲାଗି ଦୁଇଟି ସ୍ଥାନ ନିରୂପଣ କରିବାକୁ ନିର୍ଦ୍ଦେଶ ରହିଛି। ମୋହନ ସରକାର ନିଶ୍ଚିତ ଭାବେ କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବେ ବୋଲି ଶିଳ୍ପମନ୍ତ୍ରୀ ସୂଚନା ଦେଇଛନ୍ତି।