Mon. Dec 23rd, 2024

ନ୍ୟୁଜ ଡେସ୍କ: ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ଚିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି । ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଆଜି ରାଜ୍ୟ ଅତିଥି ଭବନଠାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ସେନା ଅଧିକାରୀ ଓ ତାଙ୍କର ମହିଳା ବନ୍ଧୁ ଆଲୋଚନା କରିଛନ୍ତି ।

Leave a Reply

Your email address will not be published. Required fields are marked *