ନ୍ୟୁଜ ଡେକ୍ସ: ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ADG ଡନି ମିଚେଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉପକୂଳ ସୁରକ୍ଷା ଏବଂ ପ୍ରାକୃତିକ ବିପର୍ଯୟ ସମୟରେ ନିଆ ଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଥିଲା।
ଏନେଇ ଆଜି ଭୁବନେଶ୍ୱର ସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ସହ ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ଏଡିଜି ଡନି ମିଚେଲଙ୍କର ଏକ ବୈଠକ ଅନୁଷ୍ଟିତ ହୋଇଯାଇଛି । ବୈଠକରେ ଉପକୂଳ ସୁରକ୍ଷା ଏବଂ ପ୍ରାକୃତିକ ବିପର୍ଯୟ ସମୟରେ ନିଆ ଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିଶେଷ ଭାବେ ଆଲୋଚନା ହୋଇଛି । ଏହା ସହ ଆଗାମୀ ଦିନରେ ଉପକୂଳ ସୁରକ୍ଷା ନିମନ୍ତେ ଉଭୟ ବିଭାଗ ସମନ୍ୱୟ ରଖି କାର୍ଯ୍ୟ କରିବା ଉପରେ ଗୁରୁତ୍ବ ଦିଆଯଆଇଛି ।ଏହା ସହ ଉପକୂଳ ଅଞ୍ଚଳରେ ଜୋରଦାର ପାଟ୍ରୋଲିଂ, ଆକାଶ ମାର୍ଗରୁ ଗତିବିଧି ନିରୀକ୍ଷଣ ଏବଂ ଆଦେଶ ଅନୁଯାୟୀ ସମ୍ପୂର୍ଣ୍ଣ ଉପକୂଳକୁ ନିୟନ୍ତ୍ରଣ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରାଯିବା ଭଳି ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା । ତଟ ସୁରକ୍ଷା ବାହିନୀ ପକ୍ଷରୁ ଓଡିଶା ପୋଲିସକୁ ସମସ୍ତ ପ୍ରକାର ସହଯୋଗ କରିବା ସଂକ୍ରାନ୍ତରେ ମଧ୍ୟ ବୈଠକରେ ବିଶେଷ ଭାବେ ଆଲୋଚନା ହୋଇଛି ।
ଏହାସହ ଉପକୂଳ ଅଞ୍ଚଳରେ ଜୋରଦାର ପାଟ୍ରୋଲିଂ, ଆକାଶ ମାର୍ଗରୁ ଗତିବିଧି ନିରୀକ୍ଷଣ ଏବଂ ଆଦେଶ ଅନୁଯାୟୀ ସମ୍ପୂର୍ଣ୍ଣ ଉପକୂଳକୁ ନିୟନ୍ତ୍ରଣ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରାଯିବା ଭଳି ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। ଏହା ସହ ତଟ ସୁରକ୍ଷା ବାହିନୀ ପକ୍ଷରୁ ଓଡିଶା ପୋଲିସକୁ ସମସ୍ତ ପ୍ରକାର ସହଯୋଗ କରିବା ସଂକ୍ରାନ୍ତରେ ମଧ୍ୟ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଛି। ଆଗାମୀ ଦିନରେ ତଟ ସୁରକ୍ଷା ଏବଂ ଓଡିଶା ପୋଲିସର ଅଫିସରଙ୍କୁ ନେଇ ଏକ ସ୍ୱତନ୍ତ୍ର ବୋର୍ଡ଼ ଗଠନ କରାଯିବ। ଏହି ଦୁଇ ବିଭାଗର ଅଧିକାରୀମାନେ ସମ୍ପୂର୍ଣ୍ଣ ଉପକୂଳ ଅଞ୍ଚଳକୁ ତନ୍ନ ତନ୍ନ କରି ଯାଞ୍ଚ କରିବେ ଏବଂ ସେମାନଙ୍କ ରିପୋର୍ଟ ଅନୁଯାୟୀ ମେରାଇନ ଥାନା ଗୁଡିକୁ ବୋଟ ଯୋଗାଇ ଦିଆଯିବ ବୋଲି ଡିଜିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଏହାସହ ତଟ ସୁରକ୍ଷା ବାହିନୀ ଏବଂ ଭାରତୀୟ ନୌ ବାହିନୀରେ କାର୍ଯ୍ୟ କରି ଅବସର ଗ୍ରହଣ କରିଥିବା ଯବାନମାନଙ୍କୁ ଆଗାମୀ ଦିନରେ ମେରାଇନ ଥାନା ଗୁଡିକରେ ନିଯୁକ୍ତି ଦିଆଯିବ। ଓଡିଶା ପୋଲିସ ଏବଂ ତଟ ସୁରକ୍ଷା ସହ ଯେଉଁ ସମ୍ପର୍କ ସ୍ଥାପନ ହୋଇଛି, ତାହା ଦୀର୍ଘସ୍ଥାୟୀ ରଖିବାକୁ ସବୁବେଳେ ଉଦ୍ୟମ ଜାରି ରହିବ ବୋଲି ଡିଜିପି ଶ୍ରୀ ଖୁରାନିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି।
