Thu. Oct 23rd, 2025

ନ୍ୟୁଜ ଡେକ୍ସ : ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ମହିଳାଙ୍କୁ ବାର୍ଷିକ ୧୦ ହଜାର ଟଙ୍କା ସହାୟତା ରାଶି ସୁଭଦ୍ରା ଯୋଜନା ମାଧ୍ୟମରେ ପ୍ରଦାନ କରାଯାଉଛି। ଏଥିରେ ଅନେକ ମହିଳା ବଞ୍ଚିତ ଅଛନ୍ତି। ଆଜି ଲୋକସେବା ଭବନରେ ସୁଭଦ୍ରା ସମୀକ୍ଷା ବୈଠକ ପୂର୍ବରୁ କିଛି ଏପରି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା ।

ବୈଠକ ପୂର୍ବରୁ ୩ ବିଭାଗ ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ତଥ୍ୟ ମାଗିଥିଲା । ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଥିବା ମହିଳାଙ୍କ ତଥ୍ୟ ମଗା ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା । ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି ତା’ର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା ।

ତିନି ବିଭାଗର ରିପୋର୍ଟ ଆଧାରରେ ଆଜି ସୁଭଦ୍ରା ସମୀକ୍ଷା ବୈଠକ କରାଯାଇଛି । ତିନି ବିଭାଗର ଦେଇଥିବା‌ ରିପୋର୍ଟର ଯାଞ୍ଚ ହେବା ପରେ ବଞ୍ଚିତ ହୋଇଥିବା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ଯୋଡ଼ାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏଥିସହିତ ଯେଉଁ ମହିଳାମାନେ ଧନୀ ତାଲିକାରେ ଅନ୍ତର୍ଭୁକ୍ତ ହେବେ, ସେମାନଙ୍କୁ ଯୋଜନାରୁ ବାଦ୍ ଦିଆଯିବ ।

Leave a Reply

Your email address will not be published. Required fields are marked *