ନ୍ୟୁଜ ଡେକ୍ସ: ଟାଟା ଗ୍ରୁପ୍ର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା ଅସୁସ୍ଥ ହୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ବୋଲି ସୋସିଆଲ୍ ମିଡିଆରେ ଏକ ଖବର ଘୂରି ବୁଲୁଛି। ଏବେ ଜାଣିବାକୁ ମିଳିଛି ଯେ ଏହା ଏକ ଗୁଜବ। ବାସ୍ତବରେ ରତନ ଟାଟା ସୁସ୍ଥ ଅଛନ୍ତି। ଆଜି ସକାଳୁ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ତାଙ୍କୁ ଆଡମିଟ୍ କରାଯାଇଛି।
ବ୍ଲଡ ପ୍ରେସର ଲୋ’ ଯୋଗୁ ସେ ଅସୁସ୍ଥ ହୋଇପଡିଥିଲେ। ପରେ ତାଙ୍କୁ ତୁରନ୍ତ ହସ୍ପିଟାଲର ଏମରଜେନ୍ସି ଓ୍ୱାର୍ଡକୁ ନିଆଯାଇଥିଲା। ଏହାପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ବିଶିଷ୍ଠ ଶିଳ୍ପପତି ରତନ ଟାଟାଙ୍କ ଖରାପ ସ୍ୱାସ୍ଥ୍ୟବସ୍ଥା ନେଇ ସୋସିଆଲ୍ ମିଡିଆରେ ନୀକଟ ଅତୀତରେ ଖୁବ୍ ଜୋର୍ ଚର୍ଚ୍ଚା ଉଠିଥିବା ବେଳେ ଏହି ଚର୍ଚ୍ଚାରେ ଏବେ ପୂର୍ଣ୍ଣଛେଦ ପଡ଼ିଯାଇଛି। ସୂଚନା ମୁତାବକ, ହସ୍ପିଟାଲରୁ ମିଳିଥିବା ସୂଚନା ଅନୁସାରେ ରତନ ଟାଟାଙ୍କୁ ଗୁରୁତର ଅବସ୍ଥାରେ ବିଳମ୍ବିତ ରାତି ସାଢ଼େ ୧୨ରୁ ୧ଟା ମଧ୍ୟରେ ହସ୍ପିଟାଲକୁ ଅଣାଯାଇଥିଲା।
ଜଣାଶୁଣା ହୃଦୟ ରୋଗ ବିଶେଷଜ୍ଞ ଡାକ୍ତର ଶାହାରୁଖ ଏସ୍ପି ଗୋଲବାଲାଙ୍କ ନେତୃତ୍ୱରେ ବିଶେଷଙ୍କ ଏକ ଟିମ୍ ତାଙ୍କ ଚିକିତ୍ସା ଜାରି ରଖିଛନ୍ତି। ତାଙ୍କ ଅବସ୍ଥା ସ୍ଥିର ରହିଛି। ସେପଟେ ନିଜ ସ୍ୱାସ୍ଥ୍ୟ ସମ୍ବନ୍ଧରେ ନିଜେ ସୂଚନା ଦେଇଛନ୍ତି ରତନ ଟାଟା। ସେ ସୋଶାଲ ମିଡିଆରେ ଏକ ପୋଷ୍ଟ ସେୟାର କହିଛନ୍ତି ‘ଗଣମାଧ୍ୟମରେ ପ୍ରସାରିତ ସମସ୍ତ ଖବର ଗୁଜବ। ସମସ୍ତଙ୍କୁ ନିଶ୍ଚିତ କରିବାକୁ ଚାହୁଁଛି ଯେ ଏହି ଦାବି ଗୁଡ଼ିକ ଭିତ୍ତିହୀନ। ଏହା ଉପରେ ଧ୍ୟନ ଦିଅନ୍ତୁ ନାହିଁ।