ନ୍ୟୁଜ ଡେକ୍ସ: ରଥଯାତ୍ରା ଦେଖିବାକୁ ଆସିବେ ପ୍ରଧାନମନ୍ତ୍ରୀ । ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହିତ ଏନ୍ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ନିମନ୍ତ୍ରଣ କରାଯିବ।
ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ନୀତି ଆୟୋଗଙ୍କ ବୈଠକ ଅବସରରେ ସମସ୍ତଙ୍କୁ ରଥଯାତ୍ରାରେ ପୁରୀ ଆସବାକୁ ବିନମ୍ର ଅନୁରୋଧ କରାଯାଇଛି । ଜୁନ୍ ୨୭ ତାରିଖ ରଥାଯାତ୍ରା ଦିନ ରଥରେ ବିରାଜିବେ ତିନି ଠାକୁର । ଏହି ଦିବ୍ୟଲୀଳା ଦେଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ସେହିପରି, ଆସନ୍ତା ମାସରେ ଓଡ଼ିଶାରେ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ହେବାକୁ ଯାଉଛି । ଏହି ବର୍ଷ ପୂର୍ତ୍ତି ଅବସରରେ ମଧ୍ୟ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ରାଜ୍ୟ ପୂର୍ତ୍ତ, ଅବକାରୀ ଓ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।
