Thu. Jul 2nd, 2026

ନ୍ୟୁଜ ଡେକ୍ସ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬କୁ ସୁରକ୍ଷିତ, ସୁଶୃଙ୍ଖଳ ଓ ତ୍ରୁଟିଶୂନ୍ୟ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ଆହୁରି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶ୍ରୀକ୍ଷେତ୍ର ପୁରୀରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ମଜବୁତ କରିବା ସହ ଭିଡ଼ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଅତିରିକ୍ତ ୧୯୫ ଜଣ ଅଧିକାରୀଙ୍କୁ ଏକ୍ସିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି।

ନିଯୁକ୍ତ ହୋଇଥିବା ଅଧିକାରୀମାନଙ୍କ ମଧ୍ୟରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍-ଏ, ଜୁନିୟର ବ୍ରାଞ୍ଚ) ଏବଂ ଓଡ଼ିଶା ରାଜସ୍ୱ ସେବାର ଅଧିକାରୀମାନେ ସାମିଲ ଅଛନ୍ତି। ଏନେଇ ମଙ୍ଗଳବାର ଦିନ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି।ଏହାପୂର୍ବରୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ୨୩ ଜଣ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ମଧ୍ୟ ଏକ୍ସିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଥିଲା।

ଏହି ଅତିରିକ୍ତ ନିଯୁକ୍ତି ଫଳରେ ରଥଯାତ୍ରା ସମୟରେ ଆଇନଶୃଙ୍ଖଳା ପରିଚାଳନା, ଭିଡ଼ ନିୟନ୍ତ୍ରଣ ଏବଂ ଜରୁରୀ ପରିସ୍ଥିତିର ମୁକାବିଲା ଅଧିକ ସୁଚାରୁ ଭାବେ କରାଯିବ ବୋଲି ସରକାର ଆଶା ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *