ନ୍ୟୁଜ ଡେକ୍ସ: କୋଭିଡ୍ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ । ରଥଯାତ୍ରା ପାଇଁ କୋଭିଡ୍ ଭଳି ଲକ୍ଷଣ ଥିଲେ ରଥଯାତ୍ରା ଦେଖିବାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ । ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି, ବୟୋବୃଦ୍ଧ ବ୍ୟକ୍ତି ଓ କୋମରବିଡ଼ିଟି ବା ଗୁରୁତର ରୋଗ ରହିଥିବା ଲୋକଙ୍କୁ ରଥଯାତ୍ରାକୁ ଯିବାକୁ ବାରଣ କରିଛି ସ୍ୱାସ୍ଥ୍ୟ ବିଭାଗ ।
ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି, ବୟସ୍କ ବ୍ୟକ୍ତି ଏବଂ ବହୁବିଧ ରୋଗରେ ଆକ୍ରାନ୍ତ ବ୍ୟକ୍ତି ରଥଯାତ୍ରାକୁ ଯିବାକୁ ବାରଣ କରିଛନ୍ତି ଓ ଘରେ ରହି ରଥଯାତ୍ରା ଦେଖିବାକୁ କହିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ଯେଉଁମାନେ ରଥଯାତ୍ରାକୁ ଯାଉଛନ୍ତି ସେମାନେ ମାସ୍କ ପିନ୍ଧିବା ଓ ହାତ ଧୋଇବା, ସ୍ଵଚ୍ଛ ପିଇବା ପାଣି ପିଇବାକୁ ଗୁରୁତ୍ୱ ଦିଅନ୍ତୁ । ରଥଯାତ୍ରା ପାଇଁ କୋଭିଡ ବେଳେ ପୁରୀରେ ଯେଉଁ ଆଇସିୟୁ ଥିଲା ତାକୁ କାର୍ଯ୍ୟକ୍ଷମ କରାଯାଉଛି । ପୁରୀ ହସ୍ପିଟାଲର ଶଯ୍ୟା ବୃଦ୍ଧି ସହ ଡାକ୍ତର ସଂଖ୍ୟା ବଢାଯାଇଛି।
ସମସ୍ତ ଯନ୍ତ୍ରପାତି, ଆଇସିୟୁ ଠିକ ରଖିବା ସହ ଆମ୍ବୁଲାନ୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି ।ସୂଚନାଥାଉକି, ରାଜ୍ୟରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକରେ ୯ ପଜିଟିଭ୍, ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବରରୁ ଜଣେ ଲେଖାଏଁ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
