Wed. Oct 22nd, 2025

ନ୍ୟୁଜ ଡେକ୍ସ : ରବିବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିହେବ।

ଏହାର ପ୍ରଭାବରେ ରବିବାର ତଥା ଆଜିଠାରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ ।ଆଜି ସାରା ରାଜ୍ୟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ଆଶଙ୍କା କରିଛି ପାଣିପାଗ ବିଭାଗ ।ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବ । ୪ ତାରିଖ ଯାଏଁ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଶନିବାର ପାରାଦୀପ ଓ ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ସନ୍ଧ୍ୟା ସାଢ଼େ ୫ଟା ଭିତରେ ପାରାଦୀପରେ ୩୦ ମିଲିମିଟର, ରାଜଧାନୀରେ ୨୨.୧ ମିମି ବର୍ଷା ରେକର୍ଡ ହୋଇଥିଲା। ସନ୍ଧ୍ୟାରେ ବି ଝିପିଝିପି ବର୍ଷା ଲାଗି ରହିଥିଲା। ଅନ୍ୟପଟେ ଶନିବାର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବଢ଼ିଛି ।

Leave a Reply

Your email address will not be published. Required fields are marked *