Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜଧାନୀର ରସୁଲଗଡ଼ ଓଭରବ୍ରିଜ୍ରେ ସହଦେହ ନାୟକ ମୁଣ୍ଡ କାଟି ହତ୍ୟା ଘଟଣାରେ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ୩ ଜଣଙ୍କୁ ଗିରଫ କରିଛି। ନୟାଗଡ ଜିଲ୍ଲା ଶରଣକୂଳରୁ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ବସ୍ତି ବାସ୍ତିନ୍ଦା ବୋଲି ଜଣାପଡିଛି । ଏମାନେ ପୂର୍ବରୁ ଜେଲ୍‌ ଯାଇଥିଲେ ।

ବ୍ରାଉନ୍‌ସୁଗାର ବ୍ୟବସାୟ ଏବଂ ପୂର୍ବ ଶତୃତାକୁ ନେଇ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି । ଯେଉଁ କାରଣରୁ ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି ।ସୂଚନା ମୁତାବକ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ରସୁଲଗଡ଼ କେଦାରପଲ୍ଲୀ ବସ୍ତିର ସହଦେବ ଏକ ନାଲି ରଙ୍ଗର ଜୁପିଟର ସ୍କୁଟି ଯୋଗେ ଭିଏସ୍ଏସ୍ ନଗରରୁ ରସୁଲଗଡ଼ ପଟକୁ ଆସୁଥିଲେ ।ଏହି ସମୟରେ କିଛି ଯୁବକ ଦୁଇଟି ବାଇକ୍ରେ ତାଙ୍କୁ ପିଛା କରିଥିଲେ ।

ପିଛା କରି ଜାତୀୟ ରାଜପଥର ବାଣୀବିହାର ଓଭରବ୍ରିଜ ଉପରେ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ । ଫଳରେ ତାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିଲା । ଏହି ହତ୍ୟାକାଣ୍ଡ ଘଟାଇବା ପରେ ଦୁର୍ବୃତ୍ତମାନେ ବାଇକ୍ ଯୋଗେ ଘଟଣା ସ୍ଥଳରୁ ଫେରାର ହୋଇଥିଲେ । ହତ୍ୟାକାଣ୍ଡ ପରେ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଛାନ୍ଭିନ୍ ଆରମ୍ଭ କରିଥିଲେ ।

Leave a Reply

Your email address will not be published. Required fields are marked *