Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନ ଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଟ୍ରପ ଲାଇନ ପ୍ରଭାବରେ ଆହୁରି ୫ ଜାରି ରହିବ କାଳବୈଶାଖୀ ବର୍ଷା। ସକାଳୁ ଅସହ୍ୟ ଗରମ ଓ ଗୁଳୁଗୁଳି ସହ ଅପରାହ୍ନରେ ହେବ କାଳବୈଶାଖୀ ବର୍ଷା। ମୟୁରଭଞ୍ଜ , କେନ୍ଦୁଝର, ବାଲେଶ୍ୱର , ସୁନ୍ଦରଗଡ ଓ ଝାରସୁଗୁଡା ରେ ବିଜୁଳି ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଭାଗ ।ସେହିପରି ମଙ୍ଗଳବାର ଅର୍ଥାତ୍ ଆଜି ପାଇଁ ବିଜୁଳି, ଘଡ଼ଘଡ଼ି ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର । ସେହିପରି ୫ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ଦିନ ଯାଏଁ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଏହା ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *