Thu. Oct 23rd, 2025

ନ୍ୟୁଜ ଡେକ୍ସ: ରବିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝରରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଏହି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାରେ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ରବିବାର ଓ ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାରେ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ରବିବାର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ଅଛି । ୨୪ ତାରିଖ (ସୋମବାର) ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱରରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଗାମୀ ୨୪ ଘଣ୍ଟାରେ ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ସେହିପରି ୧୦ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ମୟୂରଭଞ୍ଜ ଓ ବାଲେଶ୍ୱରରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *