ନ୍ୟୁଜ ଡେସ୍କ: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଏନେଇ ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର। ଏହି ସବୁ ଜିଲ୍ଲାକୁ ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛ । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ୨୬ ତାରିଖରେ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ପରେ କମିବ ବର୍ଷାର ପରିମାଣ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୦୩୪. ୪ ମିମି ବର୍ଷା ରେକର୍ଡ ହୋଇଛି ।