Sat. Feb 21st, 2026

ନ୍ୟୁଜ ଡେକ୍ସ: ଆକାଶରୁ ହେବ ଅଗ୍ନିବର୍ଷା। ସାରା ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଆସନ୍ତା ୨ ଦିନ ଅଗ୍ନିବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି।

ଆଜି ଦିନ ସାଢ଼େ ୧୧ ସୁଦ୍ଧା ୩୭.୨ ଡିଗ୍ରୀ ଟପିଲା ଝାରସୁଗୁଡ଼ା ତାପମାତ୍ରା। ଆଜି ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ।ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ଏହାକୁ ନେଇ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି।

ଅନ୍ୟପଟେ ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍‌ ୱେଭ୍‌ ନେଇ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି ଓ ଝାରସୁଗୁଡ଼ା ଆଦି ୭ ଜିଲ୍ଲାରେ ହିଟ୍‌ ୱେଭ୍‌ ଜାରି ରହିବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର।

Leave a Reply

Your email address will not be published. Required fields are marked *