ନ୍ୟୁଜ ଡେକ୍ସ: ଦିନ ତାପମାତ୍ରା କ୍ରମଶଃ ଉପରମୁହାଁ ହେଉଛି । ଗତ ଦୁଇ ଦିନରେ ଅଧିକାଂଶ ସ୍ଥାନରେ ତାପମାତ୍ରା ପାଖାପାଖି ୨ରୁ ୩ ଡିଗ୍ରୀ ବଢ଼ିଛି । କିଛି ଦିନ ଧରି କାଳବୈଶାଖୀ ପ୍ରଭାବରେ ତାତି କମ୍ ରହୁଥିଲା । କିନ୍ତୁ ଏବେ ଖରା ବଢ଼ିବା ସହ ୨୯ରୁ ପୁଣି ଜଳାଇବ ବୋଲି ପାଣିପାଗ ବିଭାଗ ସତର୍କ କରାଇ ଦେଇଛି । ପଶ୍ଚିମ, କେନ୍ଦ୍ରୀୟ ଓଡ଼ିଶାରେ ୪୦ ଡିଗ୍ରୀ ଟପିବ ।
ବୁଧବାର ବୌଦ୍ଧରେ ଦିନ ତାପମାତ୍ରା ୩୯.୮ ଡିଗ୍ରୀ ଥିଲା । ଆସନ୍ତା ୨୯ ଓ ୩୦ ତାରିଖରେ ଗ୍ରୀଷ୍ମପ୍ରବାହ ହେବ। ଆସନ୍ତା ୪ରୁ ୫ ଦିନରେ ଓଡ଼ିଶା ସମେତ ଦେଶର ପୂର୍ବଭାଗରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୯ରୁ ୩୧ ତାରିଖ ଭିତରେ କିଛି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଟପିପାରେ । ସୋନପୁର, ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି ଓ ସମ୍ବଲପୁରରେ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ୨୯ରୁ ୩୧ ତାରିଖ ଭିତରେ କିଛି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଟପିପାରେ।
ସୋନପୁର, ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି ଓ ସମ୍ବଲପୁରରେ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗୁରୁବାର ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଓ ଭବାନୀପାଟଣାରେ ୩୯ ଡିଗ୍ରୀ, ଟିଟିଲାଗଡ଼, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ଯାଜପୁର, ଭୁବନେଶ୍ୱର, ଢେଙ୍କାନାଳ, ନୟାଗଡ. ଫୁଲବାଣୀ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଅନୁଗୁଳରେ ତାତି ୩୮ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
