ନ୍ୟୁଜ ଡେକ୍ସ: ସୋମବାରଠାରୁ ରାଜ୍ୟରେ ତାତି ବଢ଼ିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ତାତି ୪୦ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ସେଲସିୟସ କିମ୍ବା ତାଠୁ ଅଧିକ ରେକର୍ଡ ହୋଇଛି । ଏସବୁ ଜିଲ୍ଲାରେ ଆଗାମୀ ୪ରୁ ୫ ଦିନ ଭିତରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିବାର ଆଶଙ୍କା ରହିଛି । ସେହିପରି ରାତି ତାପମାତ୍ରା ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧିର ସମ୍ଭାବନା ରହିଛି୧୬ ମାର୍ଚ୍ଚ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିପାରେ ।
ଗ୍ରୀଷ୍ମକାଳୀନ ସମସ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେଣୁ ଲୋକଙ୍କୁ ଖରା ସମୟରେ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି । ମାର୍ଚ୍ଚ ୧୫ରୁ ୧୮ ମଧ୍ୟରେ କାଳବୈଶାଖୀ ମେସୁମୀ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଜିଲ୍ଲାଗୁଡ଼ିକରେ ଛୁଇଁବାର ସମ୍ଭାବନା ରହିଛି ।
