ନ୍ୟୁଜ ଡେକ୍ସ: ରାଜ୍ୟରେ ଉପରମୁହାଁ ପାରଦ। ଆଜି ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଟିଟିଲାଗଡ଼ରେ ତାତି ୪୧ ଡିଗ୍ରୀ ଛୁଇଁବ। ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ୪୦ଡିଗ୍ରୀ, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ନୂଆପଡ଼ା, ପାରଳାଖେମୁଣ୍ଡିରେ ତାପମାତ୍ରା ୩୯ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
୧୨ ତାରିଖରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ। ୧୩ ଓ ୧୪ ତାରିଖ ଦୁଇଦିନ ହିଟୱେଭ୍ ସତର୍କତା ଜାରି କରାଯାଇଛି । ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣରେ ଅସମ୍ଭାଳ ହେବ ତାତି । ସମ୍ବଲପୁର, କଳାହାଣ୍ଡି ,ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୋନପୁରକୁ ସତର୍କ କଲା ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଥିବା ବେଳେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୋମବାରଠାରୁ ଧୀରେ ଧୀରେ ତାପମାତ୍ରା ବଢିଥିବା ବେଳେ ୫ ଦିନ ଭିତରେ ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆକଳନ କରିଛି ବିଭାଗ । ୭ ଦିନ ଯାଏ ପାଗ ଶୁଖିଲା ରହିବ । ଏପରିକି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ୪୦ ଡିଗ୍ରୀ ତାପମାତ୍ରା ଛୁଇଁପାରେ । ତେଣୁ ବାହାରକୁ ବାହାରିବା ସମୟରେ ପାଣି ବୋତଲ ସହ ପଗଡି ଭିଡିବା ଛତା ଧରି ଯିବା ଓ ସୂତା କପଡା ପିନ୍ଧିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
