Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟରେ ଉପରମୁହାଁ ପାରଦ।। ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଗରମ ସାଙ୍ଗକୁ ଗୁଳୁଗୁଳି କରୁଛି କଲବଲ। ଆସନ୍ତା ୩ ଦିନ ତାତିରୁ ମିଳିବନି ନିସ୍ତାର। ସିଝାଇବ ପ୍ରଚଣ୍ଡ ଖରା। ସିଭିୟର ହିଟ୍ ୱେଭ୍ ନେଇ ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି। ଦିନ ସାଢ଼େ ୧୧ଟା ସୁଦ୍ଧା।

ରାଜ୍ୟ ସବୁଠୁ ଉତ୍ତପ୍ତ ସହର ପାଲଟିଲା ଝାରସୁଗୁଡ଼ା। ୧୮ ତାରିଖ ଯାଏ ଏଭଳି ସ୍ଥିତିରୁ ନିସ୍ତାର ନାହିଁ । ରାଜ୍ୟରେ ଏଭଳି ହିଟ ୱେଭ ଓ ୱାର୍ମ ନାଇଟ ଲାଗି ରହିବ । ରାଜ୍ୟରେ ଆହୁରି ୨ ଦିନ ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରବିବାରଠାରୁ ୩ ଜିଲ୍ଲା ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁରକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୩ ଦିନ ପର୍ଯ୍ୟନ୍ତ ତାତିରୁ ତ୍ରାହି ମିଳିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଭ୍ୟନ୍ତରୀଣ ଓଡ଼ିଶାର ସର୍ବୋଚ୍ଚ ତାମମାତ୍ରା ସ୍ବାଭାବିକ ଠାରୁ ୫ରୁ ୭ ଡିଗ୍ରୀ ଅଧିକ ରହିଥିବା ବେଳେ ଉପକୂଳ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ଅଧିକ ରହିଛି । ୧୮ ତାରିଖ ପରେ ତାପମାତ୍ରା ୨ରୁ ୪ଡିଗ୍ରୀ ହ୍ରାସ ପାଇବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *