Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। କମିଛି ତାତି। ଗରମ, ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି। ଆସନ୍ତା ତିନିଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତାକାଲି ପାଇଁ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆଜି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୭ ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେପଟେ କାଳବୈଶାଖୀରେ ଆଶ୍ୱସ୍ତି ମିଳିଥିବା ଓଡ଼ିଶାବାସୀଙ୍କୁ ଅସହ୍ୟ ଗରମରେ ଛଟପଟ ହେବେ। ପୁଣି ୯ରୁ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି। ୨୪ ଘଣ୍ଟା ପରେ ପରବର୍ତ୍ତୀ ୨ ଦିନ ମଧ୍ୟରେ ପୂର୍ବ ଭାରତରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାତି ବଢିବ। ତେବେ ୮ ତାରିଖରୁ ପୂର୍ଵ ଭାରତ ଏବଂ ୯ରୁ ଓଡ଼ିଶାର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *