Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟରେ ଗଠନ ହେଲା ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି ।

ଓଡ଼ିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି । ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା ।

Leave a Reply

Your email address will not be published. Required fields are marked *