Fri. Jun 26th, 2026

ନ୍ୟୁଜ ଡେକ୍ସ : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ଝଡ଼ବର୍ଷା ଜାରି ରହିଛି। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ କମଳା ସତର୍କ ସୂଚନା ଜାରି କରାଯାଇଛି।ଆସନ୍ତା ୨୭ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ଜାରି ରହିବ। ତେବେ ୨୮ ଓ ୨୯ ତାରିଖରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ସୂଚନା ମିଳିଛି।

୩୦ ତାରିଖରେ ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ, ଜୁଲାଇ ୧ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *