Sun. Feb 22nd, 2026

ନ୍ୟୁଜ ଡେକ୍ସ : ରାଜ୍ୟରେ ନିଯୁକ୍ତି ହେବେ ୧୮୪୦ ନୂଆ ଡାକ୍ତର । ଡାକ୍ତରଙ୍କ ସମେତ ୫ ହଜାରରୁ ଅଧିକ ପାରା ମେଡିକାଲ ଷ୍ଟାଫଙ୍କୁ ମଧ୍ୟ ମିଳିବ ଚାକିରି । ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ସୂଚନା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଏକ ସମୀକ୍ଷା ବୈଠକରେ ଏନେଇ ଘୋଷଣା ହୋଇଛି।

ଉନ୍ନତ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସାରା ଖାଲି ପଡ଼ିଥିବା ଡାକ୍ତରୀ ପଦବୀ ପୂରଣ କରିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।ସେହିପରି ବୈଠକରେ ସରକାରୀ ମେଡିକାଲ କଲେଜଗୁଡ଼ିକରେ ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଏବଂ ପ୍ରଫେସର ପଦବୀ ପୂରଣ କରିବାର ଆବଶ୍ୟକତା ଉପରେ ମଧ୍ୟ ଆଲୋକପାତ କରାଯାଇଥିଲା। ସେ ସମ୍ପୃକ୍ତ ବିଭାଗଗୁଡ଼ିକୁ ବୈଷୟିକ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ କର୍ମଚାରୀଙ୍କ ନିଯୁକ୍ତି ତ୍ୱରାନ୍ୱିତ କରିବାକୁ ମଧ୍ୟ ଅନୁରୋଧ କରିଥିଲେ।

ତେବେ ଏହି ବୈଠକରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମୁଖ୍ୟ ସଚିବ ମନୋଜ ଆହୁଜା, ଅର୍ଥ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ କୁମାର ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ସାସ୍ୱତା ମିଶ୍ର, ସ୍ୱାସ୍ଥ୍ୟ ବିଭାଗ କମିଶନର-ସଚିବ ଅଶ୍ୱତୀ ଏସ୍, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ବୃନ୍ଦା ଡି ଏବଂ ଓଡ଼ିଶା ରାଜ୍ୟ ମେଡିକାଲ କର୍ପୋରେସନ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ପୋମା ଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *