Thu. Jun 4th, 2026

ନ୍ୟୁଜ ଡେକ୍ସ : ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆଗାମୀ ୩ ଦିନ ମଧ୍ୟରେ ଦିନ ତାପମାତ୍ରା ଆହୁରି ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ବୋଲି କୁହାଯାଇଛି।ବିଶେଷକରି ୧୯ ଓ ୨୦ ତାରିଖ ବେଳକୁ ବଲାଙ୍ଗିର, ଟିଟିଲାଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ୍ ଛୁଇଁପାରେ।

ସେହିପରି ଉପକୂଳ ଓଡ଼ିଶାରେ ମଧ୍ୟ ପାରଦ ୪୨ ଡିଗ୍ରୀ ନିକଟକୁ ପହଞ୍ଚିବା ନେଇ ଆକଳନ କରାଯାଇଛି।ଗତକାଲି ରାଜ୍ୟର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା। ବୌଦ୍ଧରେ ସର୍ବୋଚ୍ଚ ୪୨.୯ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଥିଲା, ଯାହା ଲୋକଙ୍କୁ ଅସହ୍ୟ ଗରମର ଅନୁଭବ ଦେଇଥିଲା।

ଏପଟେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗିରହିବ ବୋଲି ପାଣିପାଗ ବିଭାଗ କହିଛି। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ଏହାର ପ୍ରଭାବ ଅଧିକ ରହିବା ସହ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *