Mon. Apr 20th, 2026

ନ୍ୟୁଜ ଡେକ୍ସ : ରାଜ୍ୟରେ ଧୀରେଧୀରେ ବଢୁଛି ତାତିର ପ୍ରକୋପ। ଗ୍ରୀଷ୍ମ ଆରମ୍ଭରୁ ହିଁ ତାପମାତ୍ରା ବୃଦ୍ଧି ପାଇ ଲୋକଙ୍କୁ ଅସହ୍ୟ କରୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବାଧିକ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିଅସ୍ ପର୍ଯ୍ୟନ୍ତ ବଢିପାରେ। ଏହା ସହିତ ଆଗାମୀ ଦିନରେ ସୁପର ଏଲ୍‌ନିନୋର ପ୍ରଭାବ ନେଇ ମଧ୍ୟ ଆଶଙ୍କା କରାଯାଉଛି।

ଗତ ୨୪ ଘଣ୍ଟାରେ ଝାରସୁଗୁଡାରେ ସର୍ବାଧିକ ୩୯.୨ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି, ଯାହା ୪୦ ଡିଗ୍ରୀ ମୁହାଁ ହୋଇଛି। ତେବେ ଉପକୂଳ ଓଡ଼ିଶାରେ ଏପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ବୃଦ୍ଧି ଦେଖାଯାଇନାହିଁ।ଏପଟେ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି।

ଏହି ସମୟରେ କେତେକ ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ ଲୋକମାନଙ୍କୁ ବିଜୁଳି ଓ ଘଡ଼ଘଡ଼ି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି।

Leave a Reply

Your email address will not be published. Required fields are marked *