ନ୍ୟୁଜ ଡେକ୍ସ : ରାଜ୍ୟରେ ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ବ୍ରାହ୍ମଣୀ ସତର୍କ ସଂକେତ ଉପରେ, ଆଖୁଆପଦାରେ ବୈତରଣୀ ସ୍ଥିର ଅଛି । ସେବା ଯୋଗାଇବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ: ସେ ଆହୁରି କହିଛନ୍ତି ଯେ, ରାଜଘାଟ, ମଥାନିରେ ସୁବର୍ଣ୍ଣରେଖା ସାମାନ୍ୟ ବିପଦ ସଂକେତ ଉପରେ ଅଛି ।
ରାଜ୍ୟରେ ଏହି ବନ୍ୟା ସ୍ଥିତିକୁ ନଜରରେ ରଖି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇଛନ୍ତି।ସେ କହିଛନ୍ତି, ‘ବ୍ରାହ୍ମଣୀ ସତର୍କ ସଂକେତ ଉପରେ, ଆଖୁଆପଦାରେ ବୈତରଣୀ ସ୍ଥିର ଅଛି। ରାଜଘାଟ, ମଥାନିରେ ସୁବର୍ଣ୍ଣରେଖା ସାମାନ୍ୟ ବିପଦ ସଂକେତ ଉପରେ ଅଛି। ଯାଜପୁରର ସର୍ବାଧିକ ୪୬ ଗାଁ, ୧୪ ପଂଚାୟତ ପ୍ରଭାବିତ ହୋଇଛି। ତେଣୁ ସ୍ଥିତିକୁ ନଜରରେ ରଖି ସମସ୍ତ ସେବା ଯୋଗାଇବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏ ପର୍ଯ୍ୟନ୍ତ କୌଣସି ମୃତାହତ ଖବର ନାହିଁ। ବନ୍ୟାପ୍ରଭାବିତ ଲୋକଙ୍କୁ ବେଶି ସମୟ ପାଣିରେ ନ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କାରଣ ପାଣିରେ ସାପ ବିପଦ ଅଛି। ଆଶ୍ରୟସ୍ଥଳୀକୁ ଆସନ୍ତୁ, ପୋଲିସକୁ ଘର ଜଗିବାକୁ ନିର୍ଦ୍ଦେଶ ଦିଆଯାଇଛି।
କ୍ଷୟକ୍ଷତି ଆକଳନ ନିର୍ଦ୍ଦେଶ ଦିଆଯାଇଛି, ପାଣି ଛାଡୁ ଛାଡୁ କ୍ଷତିପୂରଣ ମିଳିଯିବ।’ସୂଚନାଥାଉକି, ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ଓ ଅତିପ୍ରବଳ ବର୍ଷା ହୋଇପାରେ, ଫଳରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପାରେ।
