ନ୍ୟୁଜ ଡେକ୍ସ: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିବ । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ତେଣୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ କିମ୍ବା ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ଦେଖାଯାଉନି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।ଗତ ୨୪ ଘଣ୍ଟା ଭିତରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରକୋପ ଦେଖାଇଥିଲା । ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, କଟକ, ପୁରୀ ସମେତ ଏହି ୧୦ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଆସନ୍ତା ୧୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ହେଲା, ଶନିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ନବରଙ୍ଗରପୁର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ଧୂଳିଝଡ଼ ଆଶଙ୍କା ଅଛି । ୧୨, ୧୩, ୧୪, ୧୫ ତାରିଖରେ କାଳବୈଶାଖୀ ପ୍ରକୋପ ଅଧିକ ରହିବ । ୧୬ ଓ ୧୭ରେ କାଳବୈଶାଖୀ ପ୍ରକୋପ କମିଲେ ମଧ୍ୟ କେତେକ ସ୍ଥାନରେ ଜାରି ରହିବ ।
