Sun. Apr 19th, 2026

ନ୍ୟୁଜ ଡେକ୍ସ : ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବା ସହ ବର୍ଷା ସମ୍ଭାବନା ରହିଛି। ବର୍ଷା ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଆସନ୍ତା ଦୁଇ ଦିନ ପାଇଁ ବିଶେଷ ସତର୍କତା ଜାରି କରାଯାଇଥିବା ବେଳେ ଆଜି ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏହି ଦୁଇ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୫୦ ରୁ ୬୦ କିଲୋମିଟର ବେଗରେ ଝଡ଼ ପବନ ବହିପାରେ।ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ଆସନ୍ତାକାଲି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ଏହି ଅଞ୍ଚଳରେ ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।

ଏହାସହ ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ପ୍ରାୟ ୧୪ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଭଳି ପାଗ ପରିବର୍ତ୍ତନ ଜାରି ରହିବ। ଏହିପରି ସ୍ଥିତିରେ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *