ନ୍ୟୁଜ ଡେକ୍ସ: ରାଜ୍ୟର ଶିଶୁବାଟିକାରେ ନିଯୁକ୍ତ ହେବେ ଶିଶୁ ସେବିକା । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝା ନୀତିଗତ ନିଷ୍ପତ୍ତି ନେଇଛନ୍ତି । ଏହି ଶୁଶୁ ସେବିକାମାନେ ଶ୍ରେଣୀଗୃହରେ କୁନିପିଲାଙ୍କୁ ସହାୟତା କରିବେ । ଫଳରେ ଶିକ୍ଷକଙ୍କ ଉପରୁ ଅଣ-ଶିକ୍ଷା କାର୍ଯ୍ୟର ବୋଝ ହାଲୁକା ହେବ । ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ।
ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି । ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ୍-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (Enrolment) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ ।ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଯତ୍ନ ନେବା ଏକ ଗୁରୁ ଦାୟିତ୍ୱ ।
ଶିକ୍ଷକମାନଙ୍କ ଉପରେ ଏ ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ (Situational Study of Sishu Vatikas across the state) ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା ରହିଛି ।
