ନ୍ୟୁଜ ଡେକ୍ସ: ବୀମା ନଥାଇ ଗାଡି ଚଳାଉଥିଲେ ସାବଧାନ । ଶନିବାର ଠାରୁ ବୀମା ନଥିବା ଗାଡ଼ିଗୁଡ଼ିକ ରାସ୍ତାରେ ଗଡ଼ିଲେ କଟିବ ଚାଲାଣ । ବୀମା ନଥିବା ଗାଡ଼ିକୁ ଚିହ୍ନଟ କରି ଇ-ଡିଟେକ୍ସନ ଜରିଆରେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲ୍ଗେଟ୍ । ପ୍ରଥମ ଥର ଧରା ପଡ଼ିଲେ ଏକ ହଜାର ଟଙ୍କା ଏବଂ ବାରମ୍ବାର ନିୟମ ଉଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇବ । କେବଳ ଜରିମାନା ନୁହେଁ ବରଂ ଗାଡ଼ି ମାଲିକଙ୍କୁ ୩ ମାସ ପର୍ଯ୍ୟନ୍ତ ଜେଲ୍ ଦଣ୍ଡରେ ଦଣ୍ଡିତ ମଧ୍ୟ ହୋଇ ପାରନ୍ତି ।
ସେପଟେ ଯେଉଁମାନଙ୍କ ଗାଡ଼ିର ବୀମା ନାହିଁ, ସେମାନେ ଆସନ୍ତାକାଲି ଠାରୁ ଗାଡ଼ିକୁ କୌଣସି ଟୋଲଗୋଟ ଦେଇ ନିଅନ୍ତୁ ନାହିଁ ବୋଲି କହି ସତର୍କ କରାଇଛି ଏସ୍ଟିଏ । ମୋଟର ଯାନ ଆଇନ ଧାରା ୧୪୬ ଅନୁଯାୟୀ ସବୁ ଗାଡ଼ି ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ । ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଂଘନ କରି ବୀମା କରୁନାହାନ୍ତି । ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପାମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦ୍ବେଗ ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ଆୟୁକ୍ତ ନିର୍ଦ୍ଦେଶ ଦେଇଥିଲେ । ପୂର୍ବରୁ ଇ-ଡିଟେକ୍ସନ୍ ବ୍ୟବସ୍ଥାରେ ପରମିଟ୍, ଫିଟନେସ୍, ଟିକସ ଉଲ୍ଲଂଘନକାରୀ ଗାଡ଼ିକୁ ଟୋଲଗେଟରେ ଚିହ୍ନଟ କରାଯାଉଥିଲା । ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ ।
ଏନଫୋର୍ସମେଣ୍ଟରେ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପତ୍ତି ହୋଇଛି । ତେଣୁ ଗାଡ଼ିର ବୀମା ନ ଥିଲେ ତୁରନ୍ତ ବୀମା କରାଇ ନେବାକୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ) ପକ୍ଷରୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି । ଅନେକ ଘରୋଇ ଓ ବ୍ୟାବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି। ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପାମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ନିୟମ ଉଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ଆୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି ।
