Thu. Apr 16th, 2026

ନ୍ୟୁଜ ଡେକ୍ସ : ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସତିବ ଉପସ୍ଥିତ ଥିଲେ।

ବୈଠକରେ ୪ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ। ବୈଠକରେ ଅନ୍ୟ ବିଭାଗର ସଚିବ ଓ ମନ୍ତ୍ରୀମାନେ ଉପସ୍ଥିତ ଥିଲେ।ସୂଚନା ଅନୁସାରେ, ରାଜ୍ୟ କ୍ୟାବିନେଟ୍ ବୈଠକରେ ୩ ବିଭାଗର ୪ଟି ପ୍ରସ୍ତାବ ଉପରେ ବାଜିଛି ମୋହର। ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି। କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ ହୋଇଛି। ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି।ସେହିପରି ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍‌ ମିଳିବ।

ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ। ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ। ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି। ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ହୋଇଛି। ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ।

Leave a Reply

Your email address will not be published. Required fields are marked *