Thu. Jul 2nd, 2026

ନ୍ୟୁଜ ଡେକ୍ସ :ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ବୈଠକରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସହ ଉଚ୍ଚ ଶିକ୍ଷା ବିଭାଗର ଏକାଧିକ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।ମୁଖ୍ୟମନ୍ତ୍ରୀ କହିଛନ୍ତି, ଆର୍ଥିକ ସମସ୍ୟା କାରଣରୁ କୌଣସି ଛାତ୍ରଛାତ୍ରୀ ଯେପରି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ସରକାର କେଜିରୁ ପିଜି ପର୍ଯ୍ୟନ୍ତ ନାମଲେଖାକୁ ସମ୍ପୂର୍ଣ୍ଣ ମାଗଣା କରିଛନ୍ତି।

ଏହାଫଳରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନରେ ସ୍ନାତକୋତ୍ତର ସ୍ତର ପର୍ଯ୍ୟନ୍ତ ନାମଲେଖା ପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ।ଏହି ଯୋଜନା ପାଇଁ ସରକାରଙ୍କୁ ପ୍ରତିବର୍ଷ ପ୍ରାୟ ୮୯୫ କୋଟି ଟଙ୍କା ବ୍ୟୟ କରିବାକୁ ପଡ଼ିବ। ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଏଥିପାଇଁ ମୋଟ ୫,୪୬୭ କୋଟି ଟଙ୍କା ବ୍ୟୟ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ଏହାଛଡ଼ା ଭୁବନେଶ୍ୱରର ଜୟଦେବ ବିହାରରୁ ନନ୍ଦନକାନନ ରୋଡକୁ ୮ ଲେନ୍‌ରେ ପ୍ରଶସ୍ତ କରିବା ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରି ଦେଇଛି। ଏହି ସଡ଼କ ପ୍ରକଳ୍ପର କାର୍ଯ୍ୟ ଆସନ୍ତା ଦୁଇ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

Leave a Reply

Your email address will not be published. Required fields are marked *