ନ୍ୟୁଜ ଡେକ୍ସ: ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା । ରାସନକାର୍ଡରୁ ହଟିବ ବିଦେଶୀଙ୍କ ନାଁ । ଏନେଇ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଖୁବଶୀଘ୍ର ରାସନକାର୍ଡରୁ ବିଦେଶୀଙ୍କ ନାଁ କଟାଯିବ ବୋଲି ସୂଚନା ଦେଇଛନ୍ତି । ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାସନ କାର୍ଡ ପାଇଥିବା ବିଦେଶୀଙ୍କୁ ଚିହ୍ନଟ କରିବା ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି ।
ସମସ୍ତ ଜିଲ୍ଲାପାଳଙ୍କୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ସେମାନଙ୍କୁ ଚିହ୍ନଟ କରି ରାସନ କାର୍ଡ ତାଲିକାରୁ ନାମ କାଟିବାକୁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି ।ପାକିସ୍ଥାନୀ, ବାଲାଂଦେଶୀ,ମିଆଁମାରର ନାଗରିକ ଓଡ଼ିଶାରେ ଅନୁପ୍ରବେଶ କରି ସମସ୍ତ ସରକାର ସୁବିଧା ହାସଲ କରିଛନ୍ତି । ସେମାନଙ୍କୁ ଚିହ୍ନଟ କରି ସେମାନଙ୍କର ରାସନ କାର୍ଡ କଟିବାପରେ ପ୍ରକୃତ ରାସନ କାର୍ଡ ହିତାଧିକାରୀଙ୍କ ସଂଖ୍ୟା ଜଣାପଡ଼ିବ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି ।
ଓଡିଶାକୁ ଅନୁପ୍ରବେଶ କରି ରାସନ କାର୍ଡ ହାତେଇଥିବା ବିଦେଶୀକୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛି ବିଭାଗ । ପାକିସ୍ତାନ, ବାଂଲାଦେଶ, ମିଆଁମାରର ଅନେକ ବିଦେଶୀ ରାସନ କାର୍ଡ ହାତେଇଥିବା ଜଣା ପଡ଼ିଛି । ଏଥିପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସେମାନଙ୍କୁ ଚିହ୍ନଟ କରି ରାସନ କାର୍ଡରୁ ନାଁ କଟାଯିବ । ଯିଏ ବି ରାଜନୈତିକ ଚାପ କିମ୍ବା ଅନ୍ୟ ଉପାୟରେ ରାସନ କାର୍ଡ ହାତେଇଛନ୍ତି ସେମାନଙ୍କୁ ତୁରନ୍ତ ଚିହ୍ନଟ କରି କାଟିବାକୁ କୁହାଯାଇଛି । ପ୍ରକ୍ରିୟା ସରିଲେ ସଂଖ୍ୟା ସାମ୍ନାକୁ ଆସିବ ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ ।

